ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ

0
364
retired police officer attack

ବଲାଙ୍ଗିର: ବଲାଙ୍ଗୀର ଟାଉନ ଥାନା ବନବିଭାଗ ତନଖି ଫାଟକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ସହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୋଗ ଆଧାରରେ ଟାଉନ ଥାନା ପୋଲିସ ଲୁଟେରାଙ୍କୁ ଧରିବାକୁ ତଦନ୍ତ ଚଳାଇଛି ।