ପଞ୍ଚୁକର ଚତୁର୍ଥ ଦିବସରେ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

0
368

ପୁରୀ: ଆଜି ପଞ୍ଚୁକର ଚତୁର୍ଥ ଦିବସରେ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଲେ ମହାପ୍ରଭୁ। ଏହି ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଲୋକମାନଙ୍କର ଭିଡ ଜମିଥିଲା। ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଥାଏ। ଏହି ଦିନ ଶ୍ରୀକ୍ଷେତ୍ରସ୍ଥ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ । ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ। ସେବାୟତମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁମାନଙ୍କୁ ସଜାଇଥାନ୍ତି । ନେପାଳର। ରାଜା, ଶ୍ରୀରାମଦାସ ମଠ ଓ ବଡ଼ଛତା ମଠ ଏହି ବେଶ ପାଇଁ ସହଯୋଗ କରିଥାନ୍ତି ।