ଢେଙ୍କାନାଳ ହାତୀ ମୃତ୍ୟୁ ଘଟଣାରେ ୩ ଗିରଫ

0
141
3 pepole arrested in elephants death

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କମଳାଙ୍ଗ ଗାଁରେ ୭ଟି ହାତୀ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ୍ ଟିମ୍‌ ୩ ଜଣଙ୍କୁ ଗିରଫ କରିଛି। ଉକ୍ତ ଅଭିଯୁକ୍ତମାନେ ହେଲେ ସେସୁର ବହିଷ୍କୃତ କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତି, ମେରାମଣ୍ଡଳୀ ସେକ୍ସନ୍ ଫରେଷ୍ଟର ପ୍ରଭାକର ରଣା ଓ ମେରାମଣ୍ଡଳୀ ବିଟ୍ ଫରେଷ୍ଟ ଗାର୍ଡ ଗିରିଶ ଦେହୁରୀ। ସୂଚନା ଅନୁଯାୟୀ,୭ଟି ହାତୀଙ୍କ ମୃତ୍ୟୁ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଘଟିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେହି ଘଟଣାର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ।