କାଜୁଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

0
120
man-found-murder-suspected

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ଲୁଣିଢ଼ିପା ଗାଁ ନିକଟସ୍ଥ ଏକ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି ପୁଲିସ। ମୃତ ଯୁବକ ହେଲେ ଇଟାମାଟି ଚମ୍ପେଇତପୁର ଗ୍ରାମର ବାଳକୃଷ୍ଣ (୩୫ ବର୍ଷ) ।
ସୂଚନା ଅନୁଯାୟୀ, ଆଜି ସକାଳେ ସ୍ଥାନୀୟ ଅଞ୍ଚଳର କିଛି ଲୋକ ଗାଁ ନିକଟରେ ଥିବା କାଜୁ ଜଙ୍ଗଲକୁ ଯାଇଥିବା ବେଳେ ରାସ୍ତା କଡ଼ରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏହାପରେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।