ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାପ ମୃତ ଝିଅ ଗୁରୁତର

0
136
road accident

ଯାଜପୁର : ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ବାଘୁଆ ଛକ ନିକଟରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଝିଅଙ୍କ ଅବସ୍ଥା ଗୁରୁତର ରହିଛି। ମୃତକ ହେଉଛନ୍ତି ଚିତରଞ୍ଜନ ସ୍ୱାଇଁ ଓ ଗୁରୁତର ଭାବେ ଆହତ ହୋଇଥିବା ତାଙ୍କ ଝିଅ ଅଭିଲିପ୍ସା। ସୂଚନା ଅନୁଯାଇ, ଭେଳିଗୋଠ ଗାଁର ଚିତରଞ୍ଜନ ଓ ତାଙ୍କ ଝିଅ ବାଇକ୍‌ରେ ବାରକଣା ଗାଁକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସେମାନଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ଚିତରଞ୍ଜନଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା। ଅଭିଲିପ୍ସାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିଲା। ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।